Latest Odisha News

BREAKING NEWS

୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା; ଜାଣନ୍ତୁ, କେଉଁଠି ହେବ ବର୍ଷା

ଭୁବନେଶ୍ୱର: ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବାବେଳେ ଲଘୁଚାପ ସମ୍ଭାବନା ଦେଖା ଦେଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ।  ପାଣିପାଗ ବିଭାଗ ଆକଳନ ଅନୁସାରେ, ଘୂର୍ଣ୍ଣିବଳୟ ପ୍ରଭାବରେ  ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି ।

ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା -ପଶ୍ଚିମବଙ୍ଗ ଉପକୂଳରେ ୭.୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ଥିବା ଘୁର୍ଣ୍ଣି ବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।  

ଏପଟେ ସାରା ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଛି ।  ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ବର୍ଷା ଜାରି ରହିବ ବୋଲି ଅନୁମାନ କରାଯାଉଛି । ଏ ନେଇ ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ  ସୁବର୍ଣ୍ଣପୁର, ସମ୍ବଲପୁର, ବାଲେଶ୍ୱର, ନୟାଗଡ଼, ଅନୁଗୁଳ, କନ୍ଧମାଳ, ଭଦ୍ରକ,  ପୁରୀ,  ବୌଦ୍ଧ, ଦେବଗଡ଼,କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

 

Leave A Reply

Your email address will not be published.