Latest Odisha News

BREAKING NEWS

ବଳ ଗୋଟାଉଛି ଲଘୁଚାପ: ୮ ତାରିଖ ଯାଏ ପ୍ରବଳ ବର୍ଷିବ, ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଲଘୁଚାପ ଆହୁରି ବଳୁଆ ହେବ। ଘନୀଭୂତ ହୋଇ ଆହୁରି ବର୍ଷା ହେବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ଆଜି ବି ବର୍ଷାରେ ଭିଜିବ ସାରା ଓଡିଶା। ୫ ଜିଲ୍ଲାକୁ ଭିଷଣ ବର୍ଷା ନେଇ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୩ ଦିନ ଯାଏ ଲାଗି ରହିବ ବର୍ଷା। ପଶ୍ଚିମ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି ।

ଶନିବାର ରାଜ୍ୟରେ ଭାରି ବର୍ଷା ଜାରି ରହିବ । ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ ଓ କନ୍ଧମାଳକୁ ଭୀଷଣ ବର୍ଷା ଆଶଙ୍କାରେ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । କଟକ, ଢେଙ୍କାନାଳ, କେନ୍ଦୁଝର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଦିଆଯାଇଛି । ଉପକୂଳ ଓଡ଼ିଶା, ଦକ୍ଷିଣ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଲାଗି ରହିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର, ଏହାର ନିକଟବର୍ତ୍ତୀ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ଶୁକ୍ରବାର ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ରହିଥିଲା ।

ଆଗାମୀ ଦୁଇ ଦିନରେ ଏହା ଅଧିକ ଘନୀଭୂତ ହେବ । ସମ୍ଭବତଃ ଅବପାତ ରୂପ ନେଇପାରେ । ଏହା ପ୍ରଭାବରେ ବର୍ଷା ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ୯ ତାରିଖ ଯାଏ ଓଡ଼ିଶାରେ ବର୍ଷା ହେବ । କିନ୍ତୁ ୮ ତାରିଖ ଯାଏ ବିସ୍ତୃତ ଅଞ୍ଚଳରେ ଅଧିକ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଆକଳନ କରିଛି । ଗତ ୨୪ ଘଣ୍ଟାରେ ବରଗଡ଼ ଅମ୍ବାଭୋନାରେ ସର୍ବାଧିକ ୩୨୦ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି ।

Leave A Reply

Your email address will not be published.