Latest Odisha News

BREAKING NEWS

ରାଜ୍ୟରେ ଲଘୁଚାପ ଜନିତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଅଗାମୀ ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଥିବାର ସତର୍କ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବା ଯୋଗୁଁ ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବୃଷ୍ଟିପାତ ହେବ ।

ଭାରତୀୟ ପାଣିପାଗ ବିଭାଗ ସୂଚନାନୁଯାୟୀ, ବଙ୍ଗୋପସାଗରରେ ଘନିଭୂତ ହୋଇଥିବା ଏକ ଘୂର୍ଣ୍ଣିବଳୟ ଯୋଗୁଁ ଉପକୂଳ ଓଡ଼ିଶାରେ ଲଗାଣ ବର୍ଷା ହେବାର ସମ୍ଭାବନା ରହିଛି ।

ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଯୋଗୁଁ ଏହାର ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳରେ ତଥା ପଡ଼ୋଶୀ ରାଜ୍ୟରେ ଲଘୁଚାପ ସୃଷ୍ଟି ହୋଇଛି । ଏହାବ୍ୟତୀତ, ଏହି ଘୂର୍ଣ୍ଣବଳୟ କ୍ରମଶଃ ପଶ୍ଚିମମୁଖା ହୋଇ ଦିଗ ପରିବର୍ତ୍ତନ କରିଥିବା ଯୋଗୁଁ ଆସନ୍ତା ଅଗଷ୍ଟ ୨୮ ତାରିଖ ଆଡ଼କୁ ଆଉ ଏକ ଲଘୁଚାପର ଆଶଙ୍କା ରହିଛି, ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହାର ପ୍ରଭାବରେ ୧୦ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ଏବଂ ୨୨ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

ଅଗଷ୍ଟ ୨୫
(ଅରେଞ୍ଜ ୱାର୍ଣ୍ଣିଂ)

ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ ଏବଂ କଟକ ଜିଲ୍ଲାରେ ପ୍ରବଳରୁ ପ୍ରବଳ ବୃଷ୍ଟିପାତ ହେବ ।

(ୟେଲ୍ଲୋ ୱାର୍ଣ୍ଣିଂ)

ଯେଉଁସବୁ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ଅନୁଭୁତ ହେବାର ସମ୍ଭାବନା ରହିଛି ସେହି ଜିଲ୍ଲାଗୁଡ଼ିକ ହେଲା ଯାଜପୁର, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, କନ୍ଧମାଳ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, କୋରାପୁଟ ଏବଂ କେନ୍ଦ୍ରାପଡ଼ା ଜିଲ୍ଲା ।

ଅଗଷ୍ଟ ୨୬
(ୟେଲ୍ଲୋ ୱାର୍ଣ୍ଣିଂ)

ଏହିସବୁ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି – ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବୌଦ୍ଧ ଏବଂ ପୁରୀ ଜିଲ୍ଲା ।

ଅଗଷ୍ଟ ୨୮
(ଅରେଞ୍ଜ ୱାର୍ଣ୍ଣିଂ)

ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲା ।

(ୟେଲ୍ଲୋ ୱାର୍ଣ୍ଣିଂ)

ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଖୋର୍ଦ୍ଧା, ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲ୍ଲା ।

Leave A Reply

Your email address will not be published.