Latest Odisha News

ରାଜ୍ୟରେ ଲଘୁଚାପ ଜନିତ ପ୍ରବଳ ବର୍ଷା ସମ୍ଭାବନା: ଆଇଏମଡ଼ି

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ଘନିଭୂତ ହେଉଥିବା ଯୋଗୁଁ ଆଗାମୀ ୭୨ ଘଣ୍ଟା ମଧ୍ୟରେ ଓଡ଼ିଶାରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ସୂଚନାନୁଯାୟୀ, ତାମିଲନାଡୁର ଉପକୂଳବର୍ତ୍ତୀ ଅଞ୍ଚଳ ସହିତ ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଯୋଗୁଁ ଏହା କ୍ରମେ ଲଘୁଚାପର ରୂପ ନେଉଛି । ଏହାର ପ୍ରଭାବ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ତାମିଲନାଡୁ ଏବଂ ଦକ୍ଷିଣ ଆନ୍ଧ୍ର ପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ଅନୁଭୂତ ହେବ ।

ଏହା ଫଳରେ ଓଡ଼ିଶାର ବିଭିନ୍ନ ସ୍ଥାନମାନଙ୍କରେ ଦୁଇ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିିଛି । ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପବନ ସହିତ ବର୍ଷା ହେବ ବୋଲି ସୂଚନା ମିଳିଛି । ଏଥିସହିତ ଅନେକ ସ୍ଥାନରେ ଘଡ଼ଘଡ଼ି ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଅକ୍ଟୋବର ୨୨ରେ ରାଜ୍ୟରେ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଥିଲେ ମଧ୍ୟ ୨୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ।

ଅକ୍ଟୋବର ୨୪

ଗଜପତି, ଗଞ୍ଜାମ, ରାୟଗଡ଼ା, ପୁରୀ, କନ୍ଧମାଳ, ନୟାଗଡ଼, ନୂଆପଡ଼ା ଏବଂ ବଲାଙ୍ଗୀର

ଅକ୍ଟୋବର ୨୫

ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଏବଂ କଟକ ଜିଲ୍ଲା

ଅକ୍ଟୋବର ୨୬

କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର ଏବଂ ନୟାଗଡ଼ ଜିଲ୍ଲା

Leave A Reply

Your email address will not be published.