Latest Odisha News

BREAKING NEWS

ଆସନ୍ତାକାଲି ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସହିତ, ଆଗାମୀ ପାଞ୍ଚ ଦିନ ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD) ମଙ୍ଗଳବାର ଆକଳନ କରିଛି।

କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତକାଲି ବା ୧୩ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଆଗାମୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହି ପ୍ରଣାଳୀ ଅଧିକ ସ୍ପଷ୍ଟ ହୋଇଯିବ ବୋଲି କୁହାଯାଇଛି।

ଫଳରେ ରାଜ୍ୟରେ ୩ ଦିନ ଧରି ଭାରି ଓ ବିସ୍ତୃତି ବର୍ଷାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ବିଶେଷ କରି ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ଆସନ୍ତା ୨୪ ଘଣ୍ଟାରେ ସାରା ଓଡ଼ିଶାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡଘଡି ବର୍ଷର ସମ୍ଭାବନା ଥିବା ବେଳେ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବର୍ଷା ସମୟରେ ୩୦ରୁ ୪୦ କିମିର ଝଟକା ପବନ ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ସାରା ଓଡ଼ିଶାରେ ବର୍ଷା ସହ କିଛି ସ୍ଥାନରେ ଭାରି ବର୍ଷାର ସମ୍ଭାବନା ଥିବା ବେଳେ ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ପ୍ରବଳ ବର୍ଷା ପାଇଁ ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ।

Comments are closed.