ଭୁବନେଶ୍ୱର: ଝାଡ଼ଖଣ୍ଡ ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା କ୍ରମଶଃ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ୨୪ ଘଣ୍ଟାରେ ଲଘୁଚାପ ଆହୁରି ଦୁର୍ବଳ ହେବ। ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର କିଛି ଜିଲ୍ଲାର ସ୍ଥାନେ ସ୍ଥାନେ ୨୪ରୁ ପ୍ରବଳ ବର୍ଷା ଆଶଙ୍କା ଅଛି। ୨୬ରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ।
ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବହିବ ପବନ। ଉତ୍ତର ଓଡ଼ିଶାର କିଛି ଜାଗାରେ ଘଡ଼ଘଡ଼ି ସହ ୩୦-୪୦ କିମି ବେଗରେ ପବନ ଆଶଙ୍କା ନେଇ ସତର୍କ ସୂଚନା ଜାରି କରାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଅନୁସାରେ ବର୍ତ୍ତମାନ ବର୍ଷା ପ୍ରକୋପ କମ୍ ରହିବ । ତେବେ ୨୪ରୁ ବର୍ଷା ପରିମାଣ ସାମାନ୍ୟ ବଢ଼ିବା ସହ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ।
୨୪ରୁ ୨୬ ତାରିଖ ଯାଏ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏପର୍ଯ୍ୟନ୍ତ ସ୍ବାଭାବିକଠାରୁ ୫ ପ୍ରତିଶତ ଅଧିକ ବୃଷ୍ଟିପାତ ହୋଇଛି । ୨ ଜିଲ୍ଲାରେ ଅତ୍ୟଧିକ ବର୍ଷା, ୬ଟି ଜିଲ୍ଲାରେ ସ୍ବାଭାବିକଠୁ ଅଧିକ ଓ ୧୫ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି। ସେହିପରି ୬ଟି ଜିଲ୍ଲାରେ ସ୍ଵାଭାବିକଠୁ କମ ବୃଷ୍ଟିପାତ ଓ ଗୋଟିଏ ଜିଲ୍ଲାରେ ଖୁବ କମ ବର୍ଷା ହୋଇଥିବା ଜଣାଯାଇଛି। ବର୍ତ୍ତମାନ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଆସନ୍ତା ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ । ମାତ୍ର ବଡ଼ ବର୍ଷା କିମ୍ବା ବିସ୍ତୃତ ଅଞ୍ଚଳ ଭିଜିବା ସମ୍ଭାବନା ନାହିଁ ।
Comments are closed.