Latest Odisha News

BREAKING NEWS

Low Pressure Triggers: ୩ ଦିନ ପ୍ରବଳ ବର୍ଷା, ଏହି ୪ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କତା

ଭୁବନେଶ୍ବର: କମିବ ତାପମାତ୍ରା। ଘୂର୍ଣ୍ଣିବଳୟ ପ୍ରଭାବରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। : ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜିଠୁ ୩ ଦିନ ବର୍ଷା ହେବ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତାକାଲି ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ସତର୍କତା ଜାରି କହିଛି ପାଣିପାଗ ବିଭାଗ।

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୪ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଅଛି । ସେହିପରି ଆଜି ୨୨ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି । ୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନା ରହିଛି । ଅନ୍ୟ ଜିଲ୍ଲାରେ ପାଗ ଶୁଖିଲା ରହିବ । ୧୦ ତାରିଖରୁ ପୁଣି ପାଗ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଅନ୍ୟପକ୍ଷରେ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। କାଳବୈଶାଖୀ ପ୍ରଭାବରେ ରବିବାର ଓ ସୋମବାର କିଛି ସ୍ଥାନରେ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ବର୍ଷା ହୋଇପାରେ । କିନ୍ତୁ ବଡ଼ଧରଣର ବା ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ନାହିଁ । ଶନିବାର ସୋନପୁରରେ ଦିନ ତାପମାତ୍ରା ସର୍ବାଧିକ ୩୭.୭ ଡିଗ୍ରୀ ସେଲସିୟସ୍ ରହିଥିଲା । ଟିଟିଲାଗଡ଼ରେ ୩୭.୬, ସମ୍ବଲପୁର ଓ ବଲାଙ୍ଗୀରରେ ୩୬.୪, ଝାରସୁଗୁଡ଼ାରେ ୩୬.୨, ନବରଙ୍ଗପୁରରେ ୩୬ ଡିଗ୍ରୀ ରହିଥିଲା ।

Leave A Reply

Your email address will not be published.