Latest Odisha News

BREAKING NEWS

ଆଜି ସୃଷ୍ଟି ହେବ ଲଘୁଚାପ, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ଆଜି ସୃଷ୍ଟି ହେବ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ସେହି ଅଞ୍ଚଳରେ ଆଗାମୀ ୧୨ ଘଣ୍ଟାରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା  ହୋଇପାରେ । ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ୪ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ବାଲେଶ୍ବର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ଆସନ୍ତାକାଲି ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୟଲୋ ୱାର୍ଣ୍ଣିଂ ରହିଛି ।  ଆସନ୍ତାକାଲି  ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

 

Comments are closed.