ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଫଳରେ ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ସେପଟେ ରାଜ୍ୟର ୫ଟି ଜିଲ୍ଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ନୂଆପଡ଼ା, ସୋନପୁର, ବଲାଙ୍ଗୀର, ମୟୂରଭଞ୍ଜ, ଭଦ୍ରକ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆଗାମୀ ଦୁଇ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ । ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ସ୍ଥାନେ ସ୍ଥାନେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Comments are closed.