ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ଲଘୁଚାପ ଆଜି ଓ୍ୱେଲ ମାର୍କଡ ଲୋ ପ୍ରେସରର ରୂପ ନେଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଡିପ୍ରେସନ ବା ଅବପାତର ରୂପ ନେବ । ଏହି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।
ଅବପାତରେ ପରିଣତ ହେବା ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୨ ତାରିଖ ସକାଳେ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶାରେ ଆରମ୍ଭ ହେବ ବର୍ଷା । ଦକ୍ଷିଣ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
The #LowPressureArea over #Eastcentral Bay of Bengal & adjoining north Andaman Sea now lies as a #WellMarkedLow Pressure Area over the same region. It is very likely to concentrate into a #Depression over central #BayofBengal during next #24hours. pic.twitter.com/e2H0KgHbDh
— Meteorological Centre, Bhubaneswar (@mcbbsr) October 10, 2020
୧୧ ଓ ୧୨ ତାରିଖ ପାଇଁ ଗଜପତି, ଗଞ୍ଜାମ, ରାୟଗଡ଼ା ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଓ ୬ଟି ଜିଲ୍ଲା ମାଲକାନଗିରି, କୋରାପୁଟ, କନ୍ଧମାଳ, ଜଗତସିଂହପୁର, ଖୋର୍ଦ୍ଧା ଓ ନୟାଗଡ଼କୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୧୨ ଓ ୧୩ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ୧୧ରୁ ୧୩ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି । ୧୧ରୁ ଦକ୍ଷିଣ ଓଡ଼ିଶା ଉପକୂଳରେ ୪୪-୫୫ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି ।
Comments are closed.