Latest Odisha News

BREAKING NEWS

ଲଘୁଚାପ ନେଇପାରେ ଡିପ୍ରେସନ୍ ରୂପ, ଓଡ଼ିଶାର ଏସବୁ ଜିଲ୍ଲାକୁ ବର୍ଷା ଆଲର୍ଟ

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ନେଇପାରେ ଡିପ୍ରେସନର ରୂପ । ଏବେ ଅଧିକ ଘନୀଭୂତ ହେଉଛି । ଆସନ୍ତା ୨୪ ଘଣ୍ଟାରେ ଓ୍ୱେଲ ମାର୍କଡ ଲୋକ ପ୍ରେସରରେ ପରିଣତ ହେବ । ଧୀରେ ଧୀରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ ଲଘୁଚାପ । ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରିବ ।

ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା-ଆନ୍ଧ୍ର ଉପକୂଳରେ ଅଧିକ ଘନୀଭୂତ ହେବ । ଲଘୁଚାପ ନେଇପାରେ ଅବପାତର ରୂପ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଲଘୁଚାପ ପ୍ରଭାବରେ ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓ ଉକକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷିବ । ଆଜି ଗଞ୍ଜାମ, ଗଜପତି, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୨ ଓ ୨୩ ତାରିଖ ପାଇଁ ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଏବଂ ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

୨୩ ଓ ୨୪ ତାରିଖ ପାଇଁ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ସତର୍କତା ଦିଆଯାଇଛି । ଓଡ଼ିଶାରୁ ଆଗାମୀ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅଶାନ୍ତ ରହିବ ସମୁଦ୍ର । ୨୩ ତାରିଖ ଯାଏ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave A Reply

Your email address will not be published.