Latest Odisha News

BREAKING NEWS

ଆର୍ଥିକ ବର୍ଷ ଆରମ୍ଭରୁ କମିଲା କମର୍ସିଆଲ ଗ୍ୟାସ୍ ଦର, ଜାଣନ୍ତୁ କେତେ କମିଲା..

ନୂଆଦିଲ୍ଲୀ: ଆର୍ଥିକ ବର୍ଷ ୨୦୨୪-୨୫ ଆରମ୍ଭରୁ ଗ୍ରାହକଙ୍କ ପାଇଁ ଖୁସି ଖବର । ଶସ୍ତା ହେଲା କମର୍ସିଆଲ ଏଲପିଜି ଗ୍ୟାସ୍ ଦର । ତୈଳ କମ୍ପାନୀଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରିଛନ୍ତି । ତେବେ ଏହି ଦର ହ୍ରାସ କେବଳ କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଉପରେ ହୋଇଛି । ଘରୋଇ ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ ।

୧୯ କେଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦର ହ୍ରାସ ହୋଇଛି । ୩୦ ଟଙ୍କା ୫୦ ପଇସା ଦର କମିଛି । ସେହିପରି ୫ କେଜି ଏଫଟିଏଲ ସିଲିଣ୍ଡର ଦର ୭.୫୦ ଟଙ୍କା ହ୍ରାସ କରିଛି ତୈଳ ବିପଣନ କମ୍ପାନୀ । ଆଜି ଠାରୁ ଏହି ଦୁଇ ସିଲିଣ୍ଡରର ନୂଆ ଦର ଲାଗୁ ହୋଇଛି । ଯାହା ସାଧାରଣ ଲୋକଙ୍କୁ ଆଶ୍ବସ୍ତି ଦେଇଛି ।

ସରକାରୀ ତୈଳ କମ୍ପାନୀ ଗୁଡିକ ଦେଇଥିବା ସୂଚନା ଅନୁଯାୟୀ, ରାଜଧାନୀ ଦିଲ୍ଲୀରେ ୧୯ କେଜି କମର୍ସିଆଲ ସିଲିଣ୍ଡର ଦର ୩୦ ଟଙ୍କା ହ୍ରାସ ପାଇ ୧୭୬୪.୫୦ ଟଙ୍କା ରହିଛି । ଏହା ପୂର୍ବରୁ ସିଲିଣ୍ଡର ଦର ୧୭୯୫ ଟଙ୍କା ରହିଥିଲା ।

ସେହିପରି କୋଲକାତାରେ ୩୨ ଟଙ୍କା ହ୍ରାସ ପାଇ ୧,୮୭୯ ଟଙ୍କା ରହିଛି । ମୁମ୍ବାଇରେ ୩୧.୫୦ ଟଙ୍କା ହ୍ରାସ ପାଇ ୧,୭୧୭.୫୦ ଟଙ୍କା ଓ ଚେନ୍ନାଇରେ ୩୦ ଟଙ୍କା ହ୍ରାସ ପାଇ ୧,୯୩୦ ଟଙ୍କାକୁ ଖସି ଆସିଛି କମର୍ସିଆଲ ସିଲିଣ୍ଡର ଦର ।

ଗତ ମାର୍ଚ୍ଚ ୧ ତାରିଖରେ ତୈଳ କମ୍ପାନୀଗୁଡିକ ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ୨୫ ଟଙ୍କା ୫୦ ପଇସା ବୃଦ୍ଧି କରିଥିଲେ । କିନ୍ତୁ ଆଜି ମୂଲ୍ୟ ହ୍ରାସ ହେତୁ ଗ୍ରାହକ ସାମାନ୍ୟ ଆଶ୍ୱସ୍ତି ପାଇଛନ୍ତି ।

Leave A Reply

Your email address will not be published.