Latest Odisha News

ମଧୁସୂଦନ ପାଢ଼ୀ ହେଲେ ଓଡ଼ିଶାର ନିର୍ବାଚନ କମିଶନ

ଭୁବନେଶ୍ୱର: ବଦଳିଲେ ଓଡ଼ିଶାର ନିର୍ବାଚନ କମିଶନ । ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀ ମଧୁସୂଦନ ପାଢ଼ୀଙ୍କୁ ମିଳିଛି ଏହି ଦାୟିତ୍ୱ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା ରାଜ୍ୟ ନିର୍ବାଚନ କମିଶନର ପଦ । ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ମଧୁସୂଦନ ପାଢ଼ୀଙ୍କୁ ଏହି ପଦରେ ନିଯୁକ୍ତି ପ୍ରଦାନ କରାଯାଇଛି ।

ତେବେ ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ । ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ପ୍ରଥମେ ସେ କନ୍ଧମାଳ ଜିଲ୍ଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ କାର୍ଯ୍ୟ କରିଥିଲେ । ପରେ ପ୍ରୋଜେକ୍ଟ ନିର୍ଦ୍ଦେଶକ, ଡିଆରଡିଏ, ମୟୂରଭଞ୍ଜ ପରେ ବିଭିନ୍ନ ବିଭାଗର ସଚିବ ଥିଲେ ।

Comments are closed.