Latest Odisha News

BREAKING NEWS

ପରଲୋକରେ ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲ ଜୀ ଟଣ୍ଡନ

ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲ ଜୀ ଟଣ୍ଡନଙ୍କ ଦେହାନ୍ତ । ୮୫ ବର୍ଷ ବୟସରେ ସେ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ପରଲୋକ ହୋଇଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଲାଲ ଜୀ ଟଣ୍ଡନଙ୍କ ପୁଅ ଆଶୁତୋଷ ଟଣ୍ଡନ । ସକାଳ ୫ଟା ୩୫ ମିନିଟ ସମୟରେ ତାଙ୍କର ଦେହାନ୍ତ ହୋଇଥିଲା ।

ଗତ କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ଜୁନ୍ ୧୧ ତାରିଖରେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଲକ୍ଷ୍ନୌର ଏକ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ଅପରାହଣ ସାଢ଼େ ୪ଟାରେ ଲକ୍ଷ୍ନୌର ଗୁଲାଲା ଘାଟ ଚୌକରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ।

ଲାଲ ଜୀ ଟଣ୍ଡନଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆମେ ଜଣେ କିମ୍ବଦନ୍ତୀ ନେତାଙ୍କୁ ହରାଇଲେ ବୋଲି ଟ୍ୱିଟ କରି ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବି ଶୋକ ବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.