Latest Odisha News

BREAKING NEWS

ଭୂକମ୍ପରେ ଥରିଲା ଅରୁଣାଚଳ ପ୍ରଦେଶ

ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା । ରବିବାର ଅପରାହ୍ନରେ ଅରୁଣାଚଳ ପ୍ରଦେଶର ପଶ୍ଚିମ ଭାଗରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲଲ୍ର ଏହାର ତୀବ୍ରତା ୩.୮ ଥିବା ଜଣାଯାଇଛି। ଭୂକମ୍ପ ବିଷୟରେ ପିଟିଆଇ ରିପୋର୍ଟ କରିଛି। ମଧ୍ୟାହ୍ନ ୧୨ଟା ୧୨ରେ ଏହି ଭୂକମ୍ପ ହୋଇଥିବା ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୁହାଯାଇଛି ।

ଭୂକମ୍ପର କେନ୍ଦ୍ରସ୍ଥଳ ଭୁଟାନ ସୀମା ନିକଟ ପଶ୍ଚିମ କାମେଙ୍ଗର ୧୦କିଲୋମିଟର ଗଭୀରରେ ଥିଲା। ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ ମିଳିଥିଵା ତଥ୍ୟ ଅନୁଯାୟୀ ମଧ୍ୟ-ଉତ୍ତର ଆସାମ ଏବଂ ଭୁଟାନର ପୂର୍ବ ଭାଗରେ କମ୍ପନ ଅନୁଭୂତ ହୋଇଥିଲା । ତେବେ ଏହି ଭୂକମ୍ପରେ କେହି ମୃତାହତ ହେବାର ଖବର ମିଳିନାହିଁ।

ସୂଚନା ଥାଉକି, ଭୂକମ୍ପ ଯୋଗୁଁ ତୁର୍କୀ ଏବଂ ସିରିୟାରେ ୪୬ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି । ଏହା ପରେ ପରେ ଭାରତର ବିଭିନ୍ନ ରାଜ୍ୟରେ ଭୂକମ୍ପ ହେଉଥିବାର ଖବର ମିଳିଛି।

ଏଠି କହି ରଖିବୁ, ଉତ୍ତରପୂର୍ବାଞ୍ଚଳ ଭୂକମ୍ପ ପ୍ରବଣ ଅଂଚଳ । ଅନେକ ସମୟରେ ଏଠାରେ ଭୂକମ୍ପ ଝଟକା ଅନୁଭୂତ ହୋଇଥାଏ ।

Leave A Reply

Your email address will not be published.