Latest Odisha News

ମହାନଦୀ ଡଙ୍ଗାବୁଡ଼ି ଘଟଣା: ମିଳିଲା ଆଉ ଦୁଇ ମୃତଦେହ, ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି

ଝାରସୁଗୁଡା: ମହାନଦୀ ଡଙ୍ଗା ବୁଡ଼ି ଘଟଣାରେ ଆଉ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଏହାକୁ ମିସାଇ ସମସ୍ତ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳୁ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ମୃତକଙ୍କ ମଧ୍ୟରେ ୫ ମହିଳା ଓ ୩ ନାବାଳକ ଥିବା ସୂଚନା ମିଳିଛି ।

ସୂଚନା ଅନୁଯାୟୀ, ସୀମାନ୍ତ ଛତିଶଗଡ କୋରବା ଜିଲା ଟପରା ଗାଁର ୬୦ ଜଣ ଲୋକ ଡଙ୍ଗାରେ ବରଗଡ ଜିଲା ବାଞ୍ଜିପାଲିସ୍ଥିତ ପଥରସେଣୀ ମନ୍ଦିରକୁ ଯାଇଥିଲେ । ସେଠାରେ ସେମାନେ ମାନସିକ ସାରି ଫେରିବା ବେଳେ ଶରଧା ଘାଟରୁ ପ୍ରାୟ ୧ କିମି ଦୂରରେ ଡଙ୍ଗାଟି ଓଲଟି ପଡିଥିଲା ।

ସଙ୍ଗେ ସଙ୍ଗେ ଉଦ୍ଧାରକାରୀ ଦଳଙ୍କୁ ଖବର ଦିଆଯାଇଥିଲା । କିନ୍ତୁ ଉଦ୍ଧାରକାରୀ ଦଳ ପହଞ୍ଚିବା ପୂର୍ବରୁ ନିକଟରେ ଥିବା ମାଛ ଧରାଳି ଡ଼ଙ୍ଗା ଚାଳକ ମାନେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ।

Leave A Reply

Your email address will not be published.