କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଆଜି ଶେଷ ହୋଇଛି । ଏହି ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ । ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ପ୍ରତାପ ଜେନା । ପ୍ରତାପଙ୍କ ବିରୋଧରେ ମାମଲା ଚାଲୁ ପାଇଁ ନିର୍ଦ୍ଦେଶ ଦେଇଥିଲେ ତଳ କୋର୍ଟ ।
ସୂଚନାଯୋଗ୍ୟ, କଟକ ଜିଲ୍ଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ୨୦୨୧ ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ମାହାଙ୍ଗାର ବରିଷ୍ଠ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସଂପର୍କୀୟ ଦିବ୍ୟ ସିଂହ ବରାଳ ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା । ଏହି ଘଟଣାରେ ଅଭିଯୋଗକାରୀ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ୧୩ ଜଣଙ୍କ ନାଁରେ ଅଭିଯୋଗ କରିଥିଲେ । ୧୩ ଜଣଙ୍କ ମଧ୍ୟରୁ ୯ ଜଣ ଗିରଫ ହୋଇଥିଲେ । ଏତଲା ଅନୁଯାୟୀ ୧୩ ତମ ଅଭିଯୁକ୍ତ ଥିଲେ ବିଧାୟକ ପ୍ରତାପ ଜେନା ।
ଚାର୍ଜସିଟ୍ ଦାଖଲ ବେଳେ ପୋଲିସ ପ୍ରତାପ ଜେନାଙ୍କ ନାଁ କାଟି ଦେଇଥିଲା । ଯାହାକୁ ବିରୋଧ କରି ଅଭିଯୋଗକାରୀ ରମାକାନ୍ତ ବରାଳ ଜେଏମଏଫସି କୋର୍ଟରେ ଏକ ପ୍ରୋଟେଷ୍ଟ ପିଟିଶନ ଦାୟର କରିଥିଲେ । ଏହି ମାମଲାର ଶୁଣାଣି କରି ମାମଲାର ପୁନଃ ତଦନ୍ତ କରି ସାନି ଚାର୍ଜସିଟ୍ କରିବାକୁ ମାହାଙ୍ଗା ଥାନା ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ସାଲେପୁର ଜେଏମ୍ଏଫ୍ସି ।
Comments are closed.