Latest Odisha News

BREAKING NEWS

କେବେ ଓ କାହିଁକି ପାଳନ କରାଯାଏ ମହାଶିବରାତ୍ରି…

ଭୁବନେଶ୍ୱର: ମହାଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହିଦିନ ମହାଦେବ ଶିବଙ୍କ ଆରଧାନ କରଯାଏ । ଏହା ଫାଲ୍‌ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।

କାହିଁକି ପାଳନ କରାଯାଏ:

ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ ।

କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର ‘ମାଘସ୍ନାନ’ ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ । ଭାରତର ବିଭିନ୍ନ ସ୍ଥାନରେ ଥିବା ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ କ୍ଷେତ୍ରରେ ଏହି ପର୍ବ ବେଶ ଭକ୍ତି ଓ ଉଲ୍ଲାସର ସହ ପାଳିତ ହୋଇଥାଏ ।

Comments are closed.