Latest Odisha News

BREAKING NEWS

ଯାଜପୁରରେ ମହାତ୍ମା ଗାନ୍ଧି ଓ ଲାଲ ବାହାଦୂର ଶାସ୍ତ୍ରୀ ଜୟନ୍ତୀ ପାଳିତ

ଯାଜପୁର : ଆଜି ଜାତିର ପିତା ମହାତ୍ମା ଗାନ୍ଧି ଓ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମଜୟନ୍ତୀ । ଏହି ଅବସରରେ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ମହାତ୍ମା ଗାନ୍ଧି ଓ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସ୍ଥାନୀୟ ଗାନ୍ଧୀ ଛକଠାରେ ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।

ପରେ ସଂସ୍କୃତି ଭବନ ଓ ଜିଲାସ୍କୁଲ ପରିସରରେ ଥିବା ମହାତ୍ମା ଗାନ୍ଧି, ଲାଲ ବାହାଦୂର ଶାସ୍ତ୍ରୀ ଏବଂ ଅନ୍ୟ ବରୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଯାଜପୁର ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଅକ୍ଷୟ କୁମାର ମଲ୍ଲିକ, ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ ପ୍ରମୁଖ ଯୋଗଦେଇ ଗାନ୍ଧି ଓ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହାସହ ଜିଲ୍ଲା ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସଙ୍କୀର୍ତ୍ତନ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା।

Leave A Reply

Your email address will not be published.