Latest Odisha News

ଶଙ୍ଖ ଫୁଙ୍କିଲେ ଅନୁଗୁଳର ବିଶିଷ୍ଟ ଶିକ୍ଷାବିତ ମହେଶ ଚନ୍ଦ୍ର ଓ ବଡ଼ଚଣାର କ୍ୟାପଟେନ ରାଜନାରାୟଣ ମହାପାତ୍ର

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲାର ବିଶିଷ୍ଟ ଶିକ୍ଷାବିତ ତଥା ଆଦର୍ଶ ଗ୍ରୁପର ପ୍ରତିଷ୍ଠାତା ମହେଶ ଚନ୍ଦ୍ର ଧଳ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ମହେଶ ଚନ୍ଦ୍ର ଧଳଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ମହେଶ ଚନ୍ଦ୍ର ଧଳଙ୍କ ଯୋଗଦାନ ଫଳରେ ବିଶେଷକରି ଅନୁଗୁଳ ଜିଲ୍ଲାରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ । ଏଠାରେ ସୂଚନାଯୋଗ୍ୟ ଯେ, ଅନୁଗୁଳ ଜିଲ୍ଲାରେ ପ୍ରଥମ କୋଭିଡ୍ ହସ୍ପିଟାଲ କରିଥିଲେ ମହେଶ ଚନ୍ଦ୍ର ଧଳ । କୋଭିଡ୍ ବେଳେ ୨ ବର୍ଷ ଧରି ମାଗଣା ଅକ୍ସିଜେନ ଯୋଗାଇଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ମହେଶ ଚନ୍ଦ୍ର ଧଳ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ଆଜି ମୋ ପାଇଁ ଏକ ମହାନ ଦିନ । ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଚିର ଋଣୀ । ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।

ସେହିପରି ଯାଜପୁର ଜିଲ୍ଲା ଅନ୍ତର୍ଗତ ବଡ଼ଚଣା ନିର୍ବାଚନମଣ୍ଡଳୀର ପିସିସି ସମ୍ପାଦକ ତଥା କ୍ୟାପଟେନ ରାଜନାରାୟଣ ମହାପାତ୍ରଙ୍କ ସହ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ମୟୂରଭଞ୍ଜ ପର୍ଯ୍ୟବେକ୍ଷକ ଜନ୍ମେଜୟ ଲେଙ୍କାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା କ୍ୟାପଟେନ ରାଜନାରାୟଣ ମହାପାତ୍ରଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ଡକ୍ଟର ପାତ୍ର ଓ ଲେଙ୍କା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି କଂଗ୍ରେସ କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ବଡଚଣା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଲେଙ୍କା କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା କ୍ୟାପଟେନ ରାଜନାରାୟଣ ମହାପାତ୍ର ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ । ଏହି ମିଶ୍ରଣ ପର୍ବରେ ଓବିସି ସେଲ ସଭାପତି ଅଶୋକ କୁମାର ସାମଲ, ପୂର୍ବତନ ବଡଚଣା ଅଧ୍ୟକ୍ଷ ନିରଞ୍ଜନ ସାହୁ, ଦେବେନ୍ଦ୍ର ଜେନାଙ୍କ ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ ।

Leave A Reply

Your email address will not be published.