Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ

ମାଲକାନଗିରି: ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏମ୍ ଆନନ୍ଦ ରାଓଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୬ଟି ସ୍ଥାନରେ ରେଡ୍ ଚାଲିଛି । ମାଲକାନଗିରି, ନବରଙ୍ଗପୁର, ବିଶାଖାପାଟଣାର ୬ଟି ସ୍ଥାନରେ ଚଢ଼ାଉ ଜାରି ରହିଛି ।

ଘର ସମେତ ଅଫିସରେ ଖୋଳତାଡ ଚାଲିଛି । ବର୍ତ୍ତମାନ ସୁଦ୍ଧା ରେଡରେ ଭିଜିଲାନ୍ସ ଟିମ୍ ହାତରେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଲାଗିଥିବା ସୂଚନା ମିଳିଛି । ରେଡ୍ ସରିବା ପରେ ସ୍ପଷ୍ଟ ହେବ କେତେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଛନ୍ତି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏମ୍ ଆନନ୍ଦ ରାଓ ।

Comments are closed, but trackbacks and pingbacks are open.