Latest Odisha News

BREAKING NEWS

ମମିତା ମେହେର ହତ୍ୟା ଘଟଣା : ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଓ ସିବିଆଇ ତଦନ୍ତ ଦାବିରେ ରାଜ୍ୟପାଳଙ୍କୁ କଂଗ୍ରେସର ସ୍ମାରକ ପତ୍ର

ଭୁବନେଶ୍ବର : କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପ୍ଲବିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ଜୋର ଧରିଲା ବିରୋଦ । ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ପୋଲିସ ଗିରଫ କରିଥିବା ବେଳେ, ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସଂପୃକ୍ତି ଥିବା ନେଇ ଅଭିଯୋଗ କରିଛି କଂଗ୍ରେସ । ତେଣୁ ଘଟଣାର ସିବିଆଇ ତଦନ୍ତ ଦାବି କରିଛି ଦଳ । ଏହାସହ ମନ୍ତ୍ରୀ ତୁରନ୍ତ ଇସ୍ତଫା ଦେବାକୁ ଦାବି କରିଛି କଂଗ୍ରେସ । ଏନେଇ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ବରେ ୮ ଜଣିଆ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି ।

ଏହା ଏକ ସ୍ପର୍ଶକାତର ଘଟଣା ହୋଇଥିବାରୁ ଘଟଣାର ସିବିଆଇ ତଦନ୍ତ କରିବାକୁ ଦଳ ଦାବି କରିଛି । ଏହାସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବରଖାସ୍ତ କରିବା ଓ ଦୋଷୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି । ଉପଯୁକ୍ତ ତଦନ୍ତ କରାଯାଇ ଦୋଷୀଙ୍କୁ ଗିରଫ କରାଗଲେ ପୀଡ଼ିତା ପରିବାର ନ୍ୟାୟ ପାଇପାରିବେ ବୋଲି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି କଂଗ୍ରେସ । ତେବେ ଏନେଇ ରାଜ୍ୟପାଳ ପଦକ୍ଷପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

Comments are closed.