Latest Odisha News

ସତ ମାନିଲା ଗୋବିନ୍ଦ ! ଘଟଣାରେ ଏକାଧିକ ଲୋକ ସଂପୃକ୍ତ

ଧର୍ମଗଡ଼: ଗୋବିନ୍ଦକୁ ମାରାଥନ୍ ଜେରା । ଶେଷରେ ମମିତାଙ୍କୁ ହତ୍ୟା ନେଇ ସତ ମାନିଛି ଗୋବିନ୍ଦ ।  ମମିତାଙ୍କୁ ହତ୍ୟା କରି ଷ୍ଟାଡିୟମରେ ପୋତି ଥିବା ନେଇ ସ୍ୱୀକାର କରିଛି ଗୋବିନ୍ଦ । ହତ୍ୟା କରି ଗାତରେ ଶବକୁ ପୋଡ଼ା ଯିବା ପରେ ପୋତି ଦେଇଥିଲା । ଏନେଇ ପୋଲିସ ଆଗରେ ଦୋଷ ସ୍ୱୀକାର କରିଛି ଗୋବିନ୍ଦ । ଘଟଣା ଦିନ ଗୋବିନ୍ଦ ସହ ୩ରୁ ୫ଜଣ ବ୍ୟକ୍ତି ଥିଲେ । ଗୋବିନ୍ଦ ସହ ଅଟକ ୩ ଜଣଙ୍କୁ ମୁହାଁମୁହିଁ ଜେରା ପରେ ପୋଲିସ ଆଗରେ ସତ ସ୍ୱୀକାର କରିଥିବା ଜଣାପଡ଼ିଛି ।

କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ୍ ଅଧ୍ୟକ୍ଷା ମମିତା ମେହେର ନିଖୋଜ ମାମଲାରେ ଗତକାଲି ଗୋବିନ୍ଦ ସାହୁକୁ ଗିରଫ କରାଯାଇଥିଲା । ଆଜି କରାଯିବ କୋର୍ଟ ଚାଲାଣ । ମାମଲାର ଅଧିକ ତଦନ୍ତ ପାଇଁ ଅଭିଯୁକ୍ତକୁ ତିନି ଦିନିଆ ରିମାଣ୍ଡରେ ଆଣିବାକୁ ଆବେଦନ କରିପାରେ ପୋଲିସ । ଗତକାଲି ଅପରାହ୍ନରେ ବଙ୍ଗୋମୁଣ୍ଡା ବ୍ଲକ ବୁଢିପଦରରୁ ଗୋବିନ୍ଦଙ୍କୁ ଗିରଫ କରିଥିଲା ପୋଲିସ ।

ବଲାଙ୍ଗୀର ଏସପି ଅଫିସରେ ରାତି ତମାମ ଜେରା କରିବା ପରେ ଆଜି ଭୋର ୫ଟାରେ ବଲାଙ୍ଗୀର ମେଡିକାଲରେ ଗୋବିନ୍ଦଙ୍କର ସ୍ବାସ୍ଥ୍ୟ ପରୀକ୍ଷା ସହ କୋଭିଡ ଟେଷ୍ଟ କରାଯାଇଛି । ତାଙ୍କ ଭଉଣୀ ଘର ପାଖରେ ଥିବା ଆଖୁ କିଆରିରେ ଲୁଚିଥିଲେ ଗୋବିନ୍ଦ । ବଲାଙ୍ଗୀର ଏସପିଙ୍କ କାର୍ଯ୍ୟାଳୟରେ ଗୋବିନ୍ଦଙ୍କୁ ଦୀର୍ଘ ସମୟ ଧରି ପଚରାଉଚରା ପରେ ରିଜର୍ଭ ପୋଲିସ ବାରାକକୁ ନିଆଯାଇଥିଲା ।

ତେବେ ଅଭିଯୁକ୍ତକୁ ଫାଶୀ ଦଣ୍ଡ ଦେବା ପାଇଁ ମମିତା ମେହେରଙ୍କ ବାପା ସୁଚନ୍ଦ୍ର ମେହେର ଓ ମା’ ତୁଳସୀ ମେହେର କହିଛନ୍ତି । ତାଙ୍କ ବାପା କହିଛନ୍ତି, ଏହା କୌଣସି ଜଣେ ବ୍ୟକ୍ତିଙ୍କ କାର୍ଯ୍ୟ ନୁହଁ । ଏଥିରେ ଯେଉଁମାନେ ବି ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସେମାନେ ଦାବି କରିଛନ୍ତି ।

 

 

Leave A Reply

Your email address will not be published.