Latest Odisha News

BREAKING NEWS

ବୋହୂର ଟାଙ୍ଗିଆ ଚୋଟରେ ଶ୍ୱଶୁର ମୃତ ।

ଢେଙ୍କାନାଳ : ବୋହୂର ଟାଙ୍ଗିଆ ଚୋଟରେ ଶ୍ବଶୁରଙ୍କ ମୃତ୍ୟୁ । ମୃତକ ହେଲେ ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା କୁଟୁରିଆ ଗାଁର ବେଣୁଧର ପଧାନ। ଶ୍ବଶୁରଙ୍କ ପ୍ରତି ଆକ୍ରମଣରେ ବୋହୂ ମଧ୍ୟ ଗୁରୁତର ହୋଇଛନ୍ତି। ଗୁରତର ବୋହୂ ହେଲେ ଯଶୋଦା ପ୍ରଧାନ। ଗୁରୁତର ଅବସ୍ଥାରେ ବୋହୂ ଯଶୋଦାଙ୍କୁ ଅନୁଗୁଳ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି  ।

ଶନିବାର ରାତି ପ୍ରାୟ ୧୧ଟା ସମୟରେ କୌଣସି କଥାକୁ ନେଇ ଶ୍ୱଶୁର ବେଣୁଧର ପ୍ରଧାନ ଓ ବଡ଼ ବୋହୂ ଯଶୋଦା ପ୍ରଧାନଙ୍କ ମଧ୍ୟରେ ବଚସା ହୋଇଥିଲା । ଯାହାକୁ ନେଇ ଉଭୟଙ୍କ ମଧ୍ୟରେ ପ୍ରଥମେ ହାତାହାତି ଓ ପରେ ଟାଙ୍ଗିଆରେ ହଣା ହାଣି ହୋଇଥିଲେ । ଘଟଣାସ୍ଥଳରେ ଉଭୟ ଗୁରୁତର ଅବସ୍ଥାରେ ପଡିରହିଥିଲ । ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ।

ସେଠାରେ ଡାକ୍ତର ବେଣୁଧରଙ୍କୁ ମୃତ ଘୋଷଣା କରିଥିବା ବେଳେ ବୋହୂ ଯଶୋଦାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ସେପଟ ଏ ସଂପର୍କରେ ଖବର ପାଇ ପରଜଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.