କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଦଶପୁର ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ହେଲେ ଦଶପୁର ଗ୍ରାମର ଘନଶ୍ୟାମ ମେହେର । ଆଜି ସକାଳେ ଘନଶ୍ୟାମ ନିଜ ମୋଟର ସାଇକେଲ ଗ୍ୟାରେଜକୁ ଯାଇ ମିଟର ସ୍ବିଚକୁ ଅନ୍ କରିଥିଲେ । ହେଲେ ମିଟର ଲିକ୍ ଥିବାରୁ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ । ତାଙ୍କୁ ଲୋକେ ଆମ୍ବୁଲାନ୍ସରେ ଆଣି ଧର୍ମଗଡ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ଘନଶ୍ୟାମଙ୍କୁ ମୃତ ଘୋଷଣା କରିଥିଲେ । ଏଭଳି ଏକ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।
BREAKING NEWS
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
- ଇଣ୍ଡିଗୋ ସଙ୍କଟ; ତଦନ୍ତ କମିଟି ଗଠନ କଲା DGCA
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
Comments are closed.