Latest Odisha News

BREAKING NEWS

କଳାହାଣ୍ଡି : ବିଦ୍ୟୁତ ଆଘାତରେ ବୃଦ୍ଧଙ୍କ ମୃତ୍ୟୁ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ଧନପୁର ଗାଁରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।

ସୂଚନା ଅନୁଯାୟୀ ଏହି ଗ୍ରାମର ଦୁର୍ଯୋଧନ ରଣା ନାମକ ଜଣେ ବୃଦ୍ଧଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି । ସମ୍ପୃକ୍ତ ବୃଦ୍ଧା ଜଣଙ୍କ ନିଜ ଚାଷ ଜମିରେ କାମ କରୁଥିବାବେଳେ ଦୁର୍ଭାଗ୍ୟବଶତଃ ନିକଟରେ ଓହଳି ରହିଥିବା ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ ।

ଫଳରେ ଏହି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ଜଣାପଡିଛି । ତେବେ ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି ।

Leave A Reply

Your email address will not be published.