Latest Odisha News

ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ଭଦ୍ରକ: ଭଦ୍ରକ ଜିଲ୍ଲା ଆଗରପଡା ଥାନା ଅନ୍ତର୍ଗତ ମହାନ୍ତି ପଡା ଅଞ୍ଚଳରେ ଗୋଟିଏ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି ।

ମୃତ ବ୍ୟକ୍ତିଙ୍କ ନାମ ପାଗଳ ବେହେରା ବୋଲି ଜଣାପଡିଛି ।

ମିଳିଥିବା ସୂଚନା ଅନୁଯାୟୀ ଉକ୍ତ ଗ୍ରାମରେ ରହୁଥିବା ସମ୍ପୃକ୍ତ ବୃଦ୍ଧ ଜଣକ ବାଡିକୁ ଆମ୍ବ ଗୋଟାଇବାକୁ ଯାଇଥିଲେ । ଏହି ସମୟରେ ଦୁର୍ଭାଗ୍ୟବଶତଃ ସେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ ।

ପରେ ହାତୀଟି ତାଙ୍କୁ ଆକ୍ରମଣ କରିବା ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.