Latest Odisha News

BREAKING NEWS

ଟ୍ରକକୁ ପଛରୁ ପିଟିଲା ଅନ୍ୟଏକ ଟ୍ରକ୍, ଜଣେ ମୃତ

ବଅଁରପାଳ: ଅନୁଗୁଳ ଜିଲ୍ଲା ବଅଁରପାଳ ଅନ୍ତର୍ଗତ ୧୪୯ ନଂ ଜାତୀୟ ରାଜପଥ ନିକଟରେ ସୋମବାର ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି ।

ମିଳିଥିବା ସୂଚନା ଅନୁଯାୟୀ ଗତକାଲି ରାତିରେ ତାଳଚେର ପାଶ୍ୱର୍ରୁ ଆସୁଥିବା ଏକ ଟ୍ରକ୍ କୌଣସି କାରଣବଶତଃ ଭାରସାମ୍ୟ ହରାଇ ରାସ୍ତାରେ ଛିଡା ହୋଇଥିବା ଅନ୍ୟଏକ ଟ୍ରକ୍ ସହ ଧକ୍କା ହୋଇଥିଲା । ଏହି ଦୁର୍ଘଟଣା ଫଳରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା ।

ଅନ୍ୟପକ୍ଷରେ ଖବର ପାଇ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚିବା ସହ ଏନେଇ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ।

ତେବେ ଦୁର୍ଘଟଣାଟି ବଅଁରପାଳ ଛକ ନିକଟବର୍ତ୍ତୀ ଅଞ୍ଚଳରେ ହୋଇଥିବାରୁ ଯାତାୟାତ ପାଇଁ ସାଧାରଣ ଜନତାମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.