Latest Odisha News

BREAKING NEWS

ପୂର୍ବ ଶତୃତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ, ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା

ଯାଜପୁର: ଯାଜପୁର ଥାନା ବୃନ୍ଦାବନପୁର ଗାଁରେ ଘଟିଛି ହତ୍ୟାକାଣ୍ଡ । ପୂର୍ବ ଶତୃତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । କଟୁରୀ ଚୋଟରେ ଗାଁର ପ୍ରକାଶ ଚନ୍ଦ୍ର ଦାସଙ୍କ ମୃତ୍ୟୁ ହୋଇଛି ।

ଗାଁକୁ ଷ୍ଟ୍ରିଟ୍ ଲାଇଟ୍ ଲାଗିବା ପାଇଁ ଆସିଥିଲା । ଏହାକୁ ନେଇ ପ୍ରକାଶ ଏବଂ ଦେବ ମଲ୍ଲିକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ଦେବ ପ୍ରକାଶଙ୍କୁ କଟୁରି ଚୋଟରେ ହାଣିଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ହିଁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଅଭିଯୁକ୍ତ ଦେବଙ୍କୁ ଗ୍ରାମବାସୀ ଅଟକ ରଖି ପୋଲିସରେ ଜିମା ଦେଇଛନ୍ତି । ଉଭୟଙ୍କ ମଧ୍ୟରେ ପୂର୍ବରୁ ବିବାଦ ଲାଗି ରହିଥିଲା । ହତ୍ୟାକାଣ୍ଡକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.