Latest Odisha News

BREAKING NEWS

କନ୍ଧମାଳ ଗସ୍ତରେ ରାଜ୍ୟ ସଭାପତି, ବଳିଦାନ ଦେଇଥିବା ‘ବୀର’ମାନଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

କନ୍ଧମାଳ/ଭୁବନେଶ୍ୱର: ରାଷ୍ଟ୍ର ପାଇଁ ବଳିଦାନ ଦେଇଥିବା ‘ବୀର’ମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଦେଇଥିବା ଆହ୍ୱାନ କ୍ରମେ ଆଜି ଆୟୋଜିତ “ମୋ ମାଟି ମୋ ଦେଶ” ଅଭିଯାନରେ ରାଜ୍ୟ ସଭାପତି ମନମୋହନ ସାମଲ ସାମିଲ ହୋଇଛନ୍ତି । ଦେଶର ଏକତା, ଅଖଣ୍ଡତା ପାଇଁ ଯବାନମାନେ ଲଢ଼ି ପ୍ରାଣବଳି ଦେଇ ସହିଦଙ୍କ ସ୍ମୃତି ରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ମୋଦିଜୀ ଆହ୍ୱାନ ଦେଇଛନ୍ତି।

ସ୍ୱାଧୀନତାର ଶତାବ୍ଦୀ ପୂର୍ତି ଅବସରରେ ୨୦୪୭ ମସିହାରେ ଭାରତବର୍ଷକୁ ବିଶ୍ୱ ଗୁରୁ ଭାବେ ପରିଣତ କରିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ସଫଳ କରିବା ପାଇଁ ସୁବର୍ଣ୍ଣ ସୁଯୋଗ ଆସିଛି। ଦେଶର ଅଖଣ୍ଡତା ପାଇଁ ଯେଉଁ ଯବାନମାନେ ଲଢ଼ୁଛନ୍ତି ସେମାନଙ୍କ ସ୍ମୃତି ରକ୍ଷା ପାଇଁ ମୋଦିଜୀ ଆହ୍ୱାନ କ୍ରମେ ଆଜି ଯବାନମାନଙ୍କ ସ୍ମୃତି ପାଇଁ “ମାଟି ସଂଗ୍ରହ” କରିଛନ୍ତି । ଏହି ମାଟି ଦିଲ୍ଲୀ ଯିବ, ସେଠାରେ ସହିଦଙ୍କ ପାଇଁ ଏହା ଏକ ବଡ ସ୍ମାରକୀ ହେବ। ଏହି ସ୍ମାରକୀ ଦେଶମାତୃକା ପାଇଁ ସର୍ବୋଚ୍ଚ ବଳିଦାନ କରିଥିବା ବୀର ଯବାନମାନଙ୍କ ପାଇଁ ଶେଷ୍ଠ ଶ୍ରଦ୍ଧାଞ୍ଜଳୀ ହେବ ବୋଲି ଶ୍ରୀ ସାମଲ କହିଛନ୍ତି।

ଆଜି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ନୟାଗଡ ଜିଲ୍ଲା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ, କନ୍ଧମାଳ ଜିଲ୍ଲା ଖଜୁରୀପଡା, ଦୁକ୍ତିମେଣ୍ଢୀ, ଫୁଲବାଣୀ, ଟିକାବାଲି ଠାରେ ସ୍ୱାଗତ କରାଯାଇଥିଲା। ଏହାପରେ ଶ୍ରୀ ସାମଲ ସହିଦ ସୁନାଶିର ମହାନ୍ତିଙ୍କ ପରିବାରକୁ ଭେଟି ଆଲୋଚନା କରିବା ସହ କଳସରେ ମାଟି ସଂଗ୍ରହ କରିଥିଲେ ଓ ରାଇକିଆ ବ୍ଲକ ବିଅରିପାଙ୍ଗା ଗାଁ ସହିଦ ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଦେଇ ତାଙ୍କ ପରିବାରଠାରୁ ମାଟି ସଂଗ୍ରହ କରିଛନ୍ତି। ଏହାପରେ ଫୁଲବାଣୀରେ ମଟୋର ସାଇକେଲ ରାଲି କରାଯାଇଥିଲା। ଫୁଲବାଣୀରେ ଅନୁଷ୍ଠିତ କାର୍ଯ୍ୟକର୍ତା ବୈଠକରେ ଯୋଗ ଦେଇ ଦଳୀୟ କାର୍ଯ୍ୟ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା ଓ ସମୀକ୍ଷା କରିଥିଲେ ଶ୍ରୀ ସାମଲ। ଏହି ଅବସରରେ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁକାନ୍ତ ପାଣିଗ୍ରାହୀ, ପୂର୍ବତନ ଜିଲ୍ଲା ସଭାପତି ଲିଙ୍ଗରାଜ ଦଳବେହେରା, ବନ ମହାନ୍ତି ପ୍ରମୁଖଙ୍କ ସମେତ ଜିଲ୍ଲାର ପ୍ରମୁଖ ନେତୃବୃନ୍ଦ ଓ ଶତାଧିକ କାର୍ଯ୍ୟକର୍ତା ସାମିଲ ହୋଇଥିଲେ।

Comments are closed.