Latest Odisha News

BREAKING NEWS

ପୁଣି ଦିଲ୍ଲୀ ଗଲେ ମନମୋହନ ସାମଲ, ପ୍ରାର୍ଥୀ ତାଲିକା ଉପରେ ଲାଗିପାରେ ମୋହର

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ବସୁଛି ବିଜେପିର କୋର କମିଟି ବୈଠକ । ଏହି ପରିପ୍ରେକ୍ଷିରେ ପୁଣି ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ଦିଲ୍ଲୀ ଗସ୍ତ କରିଛନ୍ତି । ପ୍ରାର୍ଥୀ ତାଲିକା ଉପରେ ମୋହର ମାରିବ କେନ୍ଦ୍ରୀୟ ସଂସଦୀୟ ବୋର୍ଡ ।

ଶନିବାର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିଥିବା ନିର୍ବାଚନ କମିଟି ବୈଠକରେ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ତାଲିକା ପ୍ରସ୍ତୁତ ହୋଇଥିବା କୁହାଯାଇଛି । ଦଳର ପର୍ଯ୍ୟବେକ୍ଷକ ମାନେ ଦେଇଥିବା ସମ୍ଭାବ୍ୟ ପ୍ରାର୍ଥୀ ତାଲିକାକୁ ସର୍ଟ ଲିଷ୍ଟ କରାଯାଇଛି । ତେଣୁ ଏହି ତାଲିକା ଉପରେ ଆଲୋଚନା କରିବାକୁ ଦିଲ୍ଲୀ ଗସ୍ତ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

ଆଜି ବସୁଥିବା ଏହି କୋର କମିଟି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ବିଏଲ୍ ସନ୍ତୋଷ ପ୍ରମୁଖ ସାମିଲ ହେବେ । ଆଜିର ବୈଠକରେ ଓଡ଼ିଶା, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ଲୋକସଭା ଆସନ ନେଇ ଆଲୋଚନା ହେବ । ଏହା ସହ ଆଉ କିଛି ରାଜ୍ୟର ଆସନ ଉପରେ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.