Latest Odisha News

BREAKING NEWS

ଏନଏସି ମାନ୍ୟତା ଦାବିରେ ୧୨ ଘଣ୍ଟିଆ ମନମୁଣ୍ଡା ବନ୍ଦ

ବୌଦ୍ଧ: ଆଜି ୧୨ ଘଣ୍ଟିଆ ମନମୁଣ୍ଡା ବନ୍ଦ । ଏନଏସି (NAC) ମାନ୍ୟତା ଦାବିରେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ବନ୍ଦ ଡାକରା ଦେଇଛି କ୍ରିୟାନୁଷ୍ଠାନ କମିଟି । ସକାଳ ୬ ଟାରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଫଳରେ ଯାତାୟତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି ।

ବନ୍ଦ ପ୍ରଭାବରେ ସହରରେ ସବୁ ଦୋକାନ ବଜାର, ସ୍କୁଲ, କଲେଜ ଆଦି ବନ୍ଦ ରହିଥିବା ଦେଖିବାକୁ ମିଳିଛି । କେବଳ ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟ ପାଇଁ କିଛି ନିର୍ଦ୍ଧିଷ୍ଟ ଦୋକାନ ଖୋଲା ରହିଛି । ରାସ୍ତାରେ ଆନ୍ଦୋଳକାରୀମାନେ ପିକେଟିଂ କରି ବନ୍ଦ ପାଳନ କରିଛନ୍ତି । କେବଳ ଜରୁରୀକାଳୀନ ସେବାକୁ ଏହି ବନ୍ଦରୁ ବାଦ୍ ଦିଆଯାଇଛି ।

ଗତ ୨ ଦିନ ପୂର୍ବେ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଏନଏସି ଘୋଷଣା କରାଯାଇଥିଲା । ହେଲେ ଏଥିରୁ ମନମୁଣ୍ଡା ବାଦ ପଡ଼ିଥିଲା । ଯାହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା । ଫଳରେ ଆଜି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମନମୁଣ୍ଡା ପାଳନ କରାଯାଇଛି ।

Leave A Reply

Your email address will not be published.