Latest Odisha News

ବଦଳିଲା ବିଜ୍ଞପ୍ତି; ମନୋଜ ଆହୁଜା ହେଲେ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ

ଭୁବନେଶ୍ୱର: ପୂର୍ବ ଚିଠିକୁ ସଂଶୋଧନ ପରେ ମନୋଜ ଆହୁଜାଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଥିବାବେଳେ, ପୂର୍ବ ଚିଠିରେ ଏସଜେଟିଏର ଅଧ୍ୟକ୍ଷ ବୋଲି ଉଲ୍ଲେଖ କରାଯାଇଥିଲା ।

ହେଲେ ଏହି ଖବର ପ୍ରସାରଣ ପରେ ସେବାୟତ ପ୍ରତିକ୍ରିୟାଶୀଳ ହୋଇଥିଲେ । ନିୟମ ଅନୁସାରେ, ଗଜପତି ମହାରାଜ ପରିଚାଳନା କମିଟି ଅଧ୍ୟକ୍ଷ ରହିପାରିବେ । ତେବେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା । ଯାହା ପରେ ଚିଠି ବଦଳାଯଇଥିଲା ।

ପରେ ପୁଣି ଥରେ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ କରିଛି ସାଧାରଣ ପ୍ରଶାସନ ବିଭାଗ । ଅଧ୍ୟକ୍ଷ ନୁହେଁ ବରଂ ସେ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିବା ସଂଶୋଧିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ।

ସୂଚନାଯୋଗ୍ୟ, ୨୦୨୪ ଅଗଷ୍ଟ ୧୩ ତାରିଖରୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିଲେ ମନୋଜ ଆହୁଜା । ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ବରିଷ୍ଠ ଆଇଏସ୍ ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ମିଳିଥିଲା । ପରେ ଅଗଷ୍ଟ ମାସରେ ତାଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ କରାଯାଇଥିଲା । ଏହାପରେ ଡିସେମ୍ବର ମାସରେ ତାଙ୍କ କାର୍ଯ୍ୟକାଳକୁ ଏକ ବର୍ଷ ପର୍ଯ୍ୟନ୍ତ ବଢାଇଦିଆଯାଇଥିଲା ।

Comments are closed.