Latest Odisha News

ମନୋଜ ଆହୁଜା ହେଲେ ରାଜ୍ୟର ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ମନୋଜ ଆହୁଜା ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ । ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ଜିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ।

ବର୍ତ୍ତମାନ ମୁଖ୍ୟ ଶାସନ ସଚିବ ଥିବା ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଜୁନ୍ ୩୦ ରେ ସରିବାକୁ ଯାଉଛି । ସେ ଅବସର ଗ୍ରହଣ କରିବା ପରେ ମନୋଜ ଆହୁଜା ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ । ମୁଖ୍ୟ ଶାସନ ସଚିବ ସହିତ ମନୋଜ ଆହୁଜା ସାଧାରଣ ପ୍ରଶାସନ (ଜିଏ) ଓ ସାଧାରଣ ଅଭିଯୋଗ (ପିଜି)ର ସଚିବ ଭାବେ ମଧ୍ୟ ଦାୟିତ୍ୱ ଗ୍ରହଣ କରିବେ ।

Leave A Reply

Your email address will not be published.