Latest Odisha News

BREAKING NEWS

ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର ନିୟମାବଳୀରେ ପରିବର୍ତ୍ତନ

ଭୁବନେଶ୍ୱର:‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ନିୟମାବଳୀରେ ପରିବର୍ତ୍ତନ କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ଯାଳୟ ପଷରୁ ସୂଚନା ଦିଆଯାଇଛି। ୨୦୨୧ ମେ ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। ଏ ସକାଶେ ନିୟମାବଳୀ ପ୍ରସ୍ତୁତ ହୋଇଥିଲା ।

ଏବେ ବିଭିନ୍ନ ସ୍ତରରେ ସାହିତ୍ୟିକ ଓ ବିଶିଷ୍ଟ ବ୍ୟକ୍ତିଙ୍କର ମତାମତ ନିୟମାବଳୀସେ ସାମାନ୍ୟ ପରିବର୍ତ୍ତନ କରାଯାଇଛି।ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡିଆ ମାନଙ୍କୁ ଆନ୍ତର୍ଜାତୀୟ ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଥିଲା।

ନୂତନ ନିଷ୍ପତ୍ତି ଅନୁଯାୟୀ ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଭାରତୀୟ ସାହିତ୍ୟିକ ମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ।

ସେହିପରି ଯୁବପୀଢି ମଧ୍ୟରେ ଉଭୟ ଇଂରାଜୀ ଓ ଓଡିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ପାଇଁ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ‘ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ଏଥି ନିମନ୍ତେ ଉଭୟ ଓଡ଼ିଆ ଓ ଇରାଜୀ ଭାଷାରେ ଗୋଟିଏ ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ବାବଦରେ ଏକ ଲଷ ଟଙ୍କା ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

ତାହାକୁ ପ୍ରଥିତଯଶା ଭାତୃଦ୍ବୟ ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସ, ଏହି ଦୁଇ ଭାଇଙ୍କ ନାମରେ ‘ମନ୍ମଥ-ମନୋଜ ସ୍ମାରକୀ’ ଭାବରେ ଘୋଷଣା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

ସେଠାରେ ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ବାରା ଇତିହାସ ଓ ସାହିତ୍ୟ ଉପରେ ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ। ବାସଭବନ ପରିସରରେ ଥିବା ମନ୍ଦିରର ସଂରକ୍ଷଣ ମଧ୍ୟ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

ଏଥିପାଇଁ ତାଙ୍କ ପରିବାର ତରଫରୁ ଆବଶ୍ୟକ ପୈତୃକ ଜମି ଓ ଘର ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି। ଏହି ପ୍ରକ୍ରିୟାକୁ ତ୍ବରାନ୍ବିତ କରି ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.