Latest Odisha News

BREAKING NEWS

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପଞ୍ଚଭୂତରେ ଲୀନ ହେଲେ ମନୋରମା ମହାପାତ୍ର

ପୁରୀ : ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ବତ ସାଧିକା ମନୋରମା ମହାପାତ୍ର । ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀ ସ୍ବର୍ଗଦ୍ବାରରେ ମନୋରମା ମହାମାତ୍ରଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଜ୍ୟେଷ୍ଠ୍ୟ ପୁତ୍ର ପ୍ରଦୀପ କୁମାର ମହାପାତ୍ର ମୁଖାଗ୍ନି ଦେଇଥିଲେ । ଏହି ଅବସରରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନଓ୍ବର ବିଶାଲ ସିଂ, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଉପ ଜିଲ୍ଲାପାଳ ଭବତାରଣ ସାହୁ, ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ପ୍ରମୁଖ ଶେଷ ସମ୍ମାନ ଜଣାଇଥିଲେ ।

ଶନିବାର ସନ୍ଧ୍ୟାରେ କଟକରେ ମନୋରମା ମହାପାତ୍ରଙ୍କର ଦେହାନ୍ତ ହୋଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏସ୍‌ସିବି ମେଡିକାଲ୍‌ କାଜୁଆଲ୍‌ଟିକୁ ଅଣାଯାଇଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା । ଜଣେ ମାନବବାଦୀ କବୀ, ବଳିଷ୍ଠ ସ୍ତମ୍ଭକାର ତଥା ଓଜସ୍ବିନୀ ସୁବକ୍ତା ଭାବେ ସ୍ବତନ୍ତ୍ର ପରିଚୟର ଅଧିକାରୀ ହୋଇପାରିଥିବା ସ୍ବର୍ଗତା ମନୋରମା ମହାପାତ୍ର ଦୀର୍ଘ ଦିନ ଧରି ‘ସମାଜ’ର ସଂପାଦିକା ଭାବେ କାର୍ଯ୍ୟ କରିଥିଲେ । ଶେଷକୃତ୍ୟ ସମୟରେ ସ୍ବର୍ଗତା ମହାପାତ୍ରଙ୍କ ଝିଅ ସୁଚିସ୍ମିତା ମଶ୍ର, ଜ୍ବାଇଁ ଅରୁଣ ମିଶ୍ରଙ୍କ ସହ ପରିବାର ଲୋକ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.