Latest Odisha News

BREAKING NEWS

ବିଜେପିରେ ଯୋଗଦେଲେ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ଭାଇ ସିଦ୍ଧାର୍ଥ

ଭୁବନେଶ୍ୱର: ରଣପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ତୁଙ୍ଗ ନେତା ରମେଶ ପଣ୍ଡାଙ୍କ ପୁଅ ସିଦ୍ଧାର୍ଥ ପଣ୍ଡା ବିଜେଡ଼ି ଛାଡ଼ି ବିଜେପିରେ ଯୋଗଦାନ କରିଛନ୍ତି ।

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଶନିବାର ଦିନ ଅନୁଷ୍ଠିତ ହୋଇଥିବା ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଓଡ଼ିଶା ପ୍ରଭାରୀ ଅରୁଣ ସିଂହଙ୍କ ଉପସ୍ଥିତିରେ ସିଦ୍ଧାର୍ଥ ଦଳରେ ଯୋଗଦାନ କରିଛନ୍ତି ।

ଏଠାରେ ଉଲ୍ଲେଖଯୋଗ୍ୟ, ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ଭାଇ ହେଉଛନ୍ତି ସିଦ୍ଧାର୍ଥ ପଣ୍ଡା । ସବ୍ୟସାଚୀଙ୍କ ପତ୍ନୀ ଶୁଭଶ୍ରୀ ପଣ୍ଡା କଂଗ୍ରେସରେ ଯୋଗଦାନ କରି ରଣପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ ହୋଇଛନ୍ତି ।

Leave A Reply

Your email address will not be published.