Latest Odisha News

BREAKING NEWS

କୋରାପୁଟରେ ସୁରକ୍ଷାକର୍ମୀ ଓ ପୋଲିସ ମଧ୍ୟରେ ଗୁଳିବିନିମୟ

କୋରାପୁଟ : କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଅନ୍ତର୍ଗତ ହାତିବାରୀ ଜଙ୍ଗଲରେ ବୁଧବାର ରାତିରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି।

ପ୍ରାପ୍ତ ସୂଚନାନୁଯାୟୀ ମାଓବାଦୀମାନେ ଏହି ଅଞ୍ଚଳରେ ଛପି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ବିଶ୍ୱସ୍ତ ସୁତ୍ରରୁ ଖବର ମିଳିଥିଲା । ପରେ ସେମାନଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ତଲାସି ଅଭିଯାନ ବେଳେ ଛପି ରହିଥିବା ମାଓବାଦୀମାନେ ଅତର୍କିତ ଗୁଳି ଚାଳନା କରିଥିଲେ । ଫଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ପାଲଟା ଗୁଳି ଚାଳନା କରାଯାଇଥିଲା ।

ତେବେ ଏହି ଗୁଳିବିନିମୟରେ ମାଓବାଦୀ କିମ୍ବା ସୁରକ୍ଷାକର୍ମୀଙ୍କ ପକ୍ଷରୁ କେହି ମୃତାହତ ହୋଇନଥିବା ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.