କଟକ : କଟକ ଦରଘା ବଜାରସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଆର୍କେଡ ମାର୍କେଟ କପ୍ଲେସର ଚତୁର୍ଥ ମହଲାରେ ସୋମବାର ଦିନ ଭୋର୍ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି ।
ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।
ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିବା ବେଳେ ଲକ୍ଷାଧିକ ମୂଲ୍ୟର ସମ୍ପତ୍ତି ପୋଟି ପାଉଁଶ ହୋଇଯାଇଛି ।
ତେବେ ଏଯାବତ୍ ଅଗ୍ନିକାଣ୍ଡ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିପାରିନଥିବା ବେଳେ ସର୍ଟସର୍କିଟ କାରଣରୁ ନିଆଁ ଲାଗିଥିବା ନେଇ ସନ୍ଦେହ କରାଯାଉଛି ।
Comments are closed.