Latest Odisha News

BREAKING NEWS

ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ, ରେଗୁଲାରରେ ୯୭.୮୯ ପ୍ରତିଶତ ପାସ୍

ଭୁବନେଶ୍ବର : ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷା ଫଳ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏଥର ମାଟ୍ରିକରେ ୯୭.୮୯ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି ।

ଚଳିତ ମାଟ୍ରିକ ପରୀକ୍ଷାରେ ମୋଟ ୫ ଲକ୍ଷ ୭୪ ହଜାର ୧୨୫ ଜଣ ଛାତ୍ରଛାତ୍ରୀଙ୍କର ମୂଲ୍ୟାୟନ ହୋଇଥିଲା । ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୬୨ ହଜାର ୧୦ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ସେହିପରି ୭ ହଜାର ୭୦୩ ଜଣ ଛାତ୍ରଛାତ୍ରୀ ଫେଲ୍ ହୋଇଥିବା ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ । ପାସ୍‌ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୬୫୬ ଜଣ A1 ଗ୍ରେଡ୍‌ ପାଇଥିବା ବେଳେ, ୨୨ ହଜାର ୧୩୧ ଜଣ A2 ଗ୍ରେଡ୍ ପାଇଛନ୍ତି । ସେହିପରି ୫୨ ହଜାର ୧୯୯ ଜଣ B1 ଗ୍ରେଡ୍ ପାଇଥିବା ବେଳେ, ୯୪ ହଜାର ୪୭୫ ଜଣ B2 ଗ୍ରେଡ୍‌ ପାଇଛନ୍ତି ।

ସେହିପରି ୫୯୪୫ଟି ସ୍କୁଲରେ ଶତ ପ୍ରତିଶତ ପିଲା ପାସ୍ କରିଥିବା ବେଳେ, ଏଥର କୌଣସି ସ୍କୁଲରେ ଶୂନ୍ୟ ରେଜଲ୍ଟ ହୋଇନାହିଁ । ଏହାସହ ଏକ୍ସରେଗୁଲାରରେ ୫୩ ହଜାର ୨୭୯ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୪୭ ହଜାର ୬୦ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ତେବେ ଚଳିତ ବର୍ଷ ଏକ୍ସରେଗୁଲାରରେ ପାସ୍ ହାର ୮୮.୩୩ ପ୍ରତିଶତ ରହିଛି ।

ଯଦି ମାଟ୍ରିକ୍‌ ରେଜଲ୍ଟକୁ ନେଇ କୌଣସି ଛାତ୍ରଛାତ୍ରୀ ଅସନ୍ତୋଷ ପ୍ରକାଶ କରନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ । ଏଥିପାଇଁ ଆସନ୍ତା ଜୁଲାଇ ୫ ତାରିଖରୁ ଫର୍ମ ଫିଲ୍ଅପ୍ କରାଯିବ । ଏହାସହ ଅଗଷ୍ଟ ଶେଷ ସୁଦ୍ଧା ପରୀକ୍ଷା କରାଯିବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି । ଛାତ୍ରଛତ୍ରୀମାନେ ସନ୍ଧ୍ୟା ୬ଟା ଠାରୁ www.bseodisha.ac.in ଏବଂ www.bseodisha.nic.in ୱେବ୍‌ସାଇଟ୍‌ରେ ରେଜଲ୍ଟ ଜାଣିପାରିବେ । ଏହାସହ ଯଦି ଇଣ୍ଟରନେଟରେ ସମସ୍ୟା ଥାଏ ତେବେ, ଏସଏମଏସ ଜରିଆରେ ମଧ୍ୟ ରେଜଲ୍ଟ ଜାଣିପାରିବେ ପରୀକ୍ଷାର୍ଥୀ । ଏଥିପାଇଁ ଛାତ୍ରଛାତ୍ରୀଙ୍କୁ OR01 ଲେଖି ସ୍ପେଶ୍ ଦେବା ପରେ ରୋଲ ନମ୍ବର ଲେଖି ୫୬୭୬୭୫୦କୁ ଏସଏମଏସ କରିବାକୁ ପଡ଼ିବ ।

Leave A Reply

Your email address will not be published.