Latest Odisha News

BREAKING NEWS

ଆଜି ଦିନ ୧୧.୩୦ରେ ହେବ ମାଟ୍ରିକ୍ ପରୀକ୍ଷା ଫଳ ତାରିଖ ଘୋଷଣା

ଭୁବନେଶ୍ୱର: ଆଜି ପୂର୍ବାହ୍ନ ୧୧.୩୦ ଟା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ(ମାଟ୍ରିକ୍) ପରୀକ୍ଷା ଫଳ ତାରିଖ ଘୋଷଣା କରାଯିବ। ବୋର୍ଡର ଉପସଭାପତି ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ଏହି ସୂଚନା ଦେଇଛନ୍ତି। ମଙ୍ଗଳବାର କଟକ ବୋର୍ଡ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ସେ ଏହି ଘୋଷଣା କରିଛନ୍ତି। ଆସନ୍ତାକାଲି ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଜଣାଯାଇଛି।
ଏହା ପୂର୍ବରୁ ମାଧ୍ୟମିକ ଶିକ୍ଷା ପରିଷଦର ଦଶମ ପରୀକ୍ଷା ଫଳ ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ବୋଲି କୁହାଯାଇଥିଲା। ତତ୍‌କାଳୀନ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଖାତା ଦେଖା ଶେଷ ହେବା ପରେ ଏବେ ଅନ୍ୟାନ୍ୟ କାର୍ଯ୍ୟ ଜାରି ରହିଛି ବୋଲି ମନ୍ତ୍ରୀ କହିଥିଲେ।

BjdElectrycity

ସୂଚନା ଥାଉକି, ମାଟ୍ରିକ୍, ମଧ୍ୟମା, ମୁକ୍ତବିଦ୍ୟାଳୟ ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ।  ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହୋଇଥିଲା। ସେହିପରି ପ୍ରଶ୍ନପତ୍ର ରଖିବା ପାଇଁ ୩୧୬ଟି ନୋଡାଲ ସେଣ୍ଟର କରାଯାଇଥିଲା।

 

Leave A Reply

Your email address will not be published.