Latest Odisha News

BREAKING NEWS

ଜୁଲାଇ ଶେଷ ସୁଦ୍ଧା ବାହାରିବ ମାଟ୍ରିକ ରେଜଲ୍ଟ: ମନ୍ତ୍ରୀ

ଭୁବନେଶ୍ୱର: ଜୁଲାଇ ଶେଷ ସୁଦ୍ଧା ବାହାରିବ ମାଟ୍ରିକ ରେଜଲ୍ଟ । କଟକ ବୋର୍ଡ କାର‌୍ୟ୍ୟାଳୟରେ ବସିଥିବା ବୈଠକରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଏନେଇ ସୂଚନା ଦେଇଛନ୍ତି । ଖାତାଦେଖା ନେଇ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ମନ୍ତ୍ରୀ ଏନେଇ ସୂଚନା ଦେଇଛନ୍ତି ।

ଚଳିତ ବର୍ଷ କରୋନା ପାଇଁ ଖାତାଦେଖାରେ ବିଳମ୍ବ ହୋଇଛି । ଗତ ୨୦ରୁ ମାଟ୍ରିକ ଖାତାଦେଖା ଆରମ୍ଭ ହେବ ବୋଲି ନିଷ୍ପତି ନିଆଯାଇଥିଲା । କିନ୍ତୁ ବାତ୍ୟା ପାଇଁ ଖାତା ଦେଖାକୁ ସ୍ଥଗିତ ରଖାଯାଇଛି । ତେବେ ଖୁବ ଶୀଘ୍ର ଖାତାଦେଖା ସରିବା ସହ ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ ଫଳ ବାହାରିବ ବୋଲି ମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.