Latest Odisha News

BREAKING NEWS

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୟୂରଭଂଜ ବିଧାୟକ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଶପଥ ସମାରୋହର ଦିନକ ପୂର୍ବରୁ ମୟୂରଭଞ୍ଜ ଜିଲ୍ଲାର ବିଧାୟକମାନେ  ନୂଆଦିଲ୍ଲୀ ଠାରେ ନବନିର୍ବାଚିତ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ରାଷ୍ଟ୍ରପତି ନିର୍ବାଚନରେ ଐତିହାସିକ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି ।

ଉଦଳା ବିଧାୟକ ତଥା ବିଜେପି ରାଜ୍ୟ ଉପସଭାପତି ଭାସ୍କର ମଢ଼େଇ, ପଶ୍ଚିମ ମୟୂରଭଞ୍ଜ ସାଙ୍ଗଠନିକ ଜିଲ୍ଲା ସଭାପତି ତଥା ରାଇରଙ୍ଗପୁର ବିଧାୟକ ନବ ଚରଣ ମାଝୀ, ବାରିପଦା ବିଧାୟକ ପ୍ରକାଶ ସୋରେନ, ବଡ଼ସାହୀ ବିଧାୟକ ସନାତନ ବିଜୁଳି, ସାରସକଣା ବିଧାୟକ ଡ଼. ବୁଢ଼ାନ୍ ମୁର୍ମୁ, ଯଶିପୁର ବିଧାୟକ ଗଣେଶ ରାମସିଂହ ଖୁଣ୍ଟିଆ ପ୍ରମୁଖ ଶ୍ରୀମତୀ ମୁର୍ମୁଙ୍କୁ ଭେଟି ସମ୍ବର୍ଦ୍ଧନା ଜଣାଇଛନ୍ତି ।

Leave A Reply

Your email address will not be published.