Latest Odisha News

BREAKING NEWS

MBBS student Chandrika death case:ପୋଲିସ ରିମାଣ୍ଡରେ ଗଲେ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ବୟଫ୍ରେଣ୍ଡ

ଭୁବନେଶ୍ବର:ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ତାଙ୍କ ପ୍ରେମିକ ଓଏଏସ ଭୀମସେନ ଟୁଡୁଙ୍କୁ ରିମାଣ୍ଡରେ ନେଲା ପୋଲିସ। JMFC-2 କୋର୍ଟ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି । ଗତ ଜୁନ୍ ୧୨ରେ ଭୀମସେନଙ୍କୁ ମୟୂରଭଞ୍ଜରୁ ଗିରଫ କରିଥିଲା ପୋଲିସ।

ସୂଚନାମୁତାବକ,ଚଳିତ ମାସ ୪ ତାରିଖରେ କାଠଯୋଡ଼ି ନଦୀରୁ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତଦେହ ମିଳିଥିଲା। ହେଲେ ପ୍ରେମ ବ୍ୟାପାରକୁ ନେଇ ପୁରୁଷବନ୍ଧୁ ଭୀମସେନ ଜଣେ ଯୁବତୀଙ୍କ ସହ ମିଶି ଚନ୍ଦ୍ରିକାଙ୍କୁ ହତ୍ୟା କରିଥିବା ଚନ୍ଦ୍ରିକାଙ୍କ ପରିବାର ଲୋକ ଅଭିଯୋଗ କରିଥିଲେ ।
ଅଭିଯୋଗ ଅନୁସାରେ, ଚନ୍ଦ୍ରିକାଙ୍କ ସହ ଦୀର୍ଘ ଦିନର ପ୍ରେମ ସମ୍ପର୍କ ଭିତରେ ଦ୍ୱିତୀୟ ଯୁବତୀ ଆସିବା ପରେ ଓଏଏସ୍ ତାଲିମ ନେଉଥିବା ପୁରୁଷବନ୍ଧୁ ଭୀମସେନ ମାନସିକ ନିର୍ଯାତନା ଦେଇ ଚନ୍ଦ୍ରିକାଙ୍କୁ ଚାପରେ ରଖିବା ଆରମ୍ଭ କରିଥିଲେ । ଚନ୍ଦ୍ରିକା ଗୋରା ନ ଥିବାରୁ ତାଙ୍କୁ ବାହା ହେବାକୁ ରାଜି ହେଉ ନ ଥିଲେ ପୁରୁଷବନ୍ଧୁ । ଗୋରା ହେବାକୁ କସମେଟିକ ଟ୍ରିଟମେଣ୍ଟ ନେବା ପାଇଁ ଚନ୍ଦ୍ରିକା ସପ୍ତାହରେ ଥରେ ଭୁବନେଶ୍ବର ଆସି ଇଞ୍ଜେକସନ ନେଉଥିଲେ । ଗୋରା ହେବା ପରେ ତାଙ୍କ ପୁରୁଷବନ୍ଧୁ ବିବାହ ପାଇଁ ରାଜି ହୋଇଯିବେ ବୋଲି ସେ ଭାବୁଥିବା ଚନ୍ଦ୍ରିକାଙ୍କ ମା’ ପୋଲିସକୁ କହିଥିଲେ ।

ଏପଟେ ରିମାଣ୍ଡ ମିଳିବା ପରେ ଏବେ ଭୀମସେନକୁ ଅଧିକ ପଚରାଉଚରା କରିବ କମିଶନରେଟ ପୋଲିସ।

Leave A Reply

Your email address will not be published.