Latest Odisha News

BREAKING NEWS

ବରିଷ୍ଠ ନାଗରିକ ମହାସଂଘର ବୈଠକ ଆୟୋଜିତ

ଭୁବନେଶ୍ୱର : ଓଡ଼ିଶା ବରିଷ୍ଠ ନାଗରିକ ମହାସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାସଂଘର ପ୍ରତିଷ୍ଠାତା କୃପାସିନ୍ଧୁ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ମନ୍ତ୍ରୀ ଅଶୋକ ପଣ୍ଡା ଓ ଭୁବନେଶ୍ୱର ( ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ ଅତିଥି ଭାବରେ ଯୋଗ ଦେଇଥିଲେ।

ଏହି ସଭାରେ ବରିଷ୍ଠ ନାଗରିକଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। ଭିନ୍ନକ୍ଷମ ଓ କିନ୍ନର ମାନଙ୍କ ପାଇଁ ସରକାରଙ୍କ ତରଫରୁ ଗ୍ରହଣ କରାଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା। ଏହି ଅବସରରେ ସଂଘର ପ୍ରତିଷ୍ଠାତା କୁପାସିନ୍ଧୁ ସାହୁଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଡ. ପ୍ରସନ୍ନ କୁମାର ଦାଶ, ରାଜକିଶୋର ସାମନ୍ତରାୟ ଏବଂ ଇନ୍ଦ୍ରମଣି ନାହାକ ପ୍ରମୁଖ ଉପସ୍ଥିତ ଥିଲେ।

Comments are closed.