Latest Odisha News

BREAKING NEWS

ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

ଢେଙ୍କାନାଳ: ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା । ଢେଙ୍କାନାଳ ଜିଲ୍ଲା ଜାମୁଝରା ପଞ୍ଚାୟତ ସମିତି ସଭ୍ୟଙ୍କୁ ଦୁର୍ବୃତ୍ତ ଗୁଳି ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ହେଲେ ଦୀପକ ମହନ୍ତ । ଗତକାଲି ରାତିରେ ଜାମୁଝରା ଛକରେ ତାଙ୍କ ଉପରେ ଗୁଳିମାଡ଼ ହୋଇଥିଲା ।

ସ୍ଥାନୀୟ ଲୋକ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଢ଼େଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ଦୀପକ ମହନ୍ତ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.