ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତୀୟ ପୁରୁଷ ହକି ଦଳ ପ୍ରଭାବୀ ପ୍ରଦର୍ଶନ ଜାରୀ ରଖି ସେମିଫାଇନାଲର ନିକଟତର ହୋଇଛନ୍ତି । ବୁଧବାର ଭାରତ ୮-୦ ଗୋଲରେ କାନାଡାକୁ ପରାସ୍ତ କରିଛି । ଗୁରୁବାର ୱେଲ୍ସ ବିପକ୍ଷ ମ୍ୟାଚ ପରେ ଭାରତର ସେମିଫାଇନାଲ ସ୍ଥିତି ଜଣାପଡିବ । ଏହି ଏକତରଫା ମ୍ୟାଚରେ ଭାରତ ପକ୍ଷରୁ ହରମନପ୍ରୀତ ସିଂ ଓ ଅକ୍ଷଦୀପ ସିଂ ଡବଲ ଗୋଲ ସ୍କୋର କରିଥିବା ବେଳେ ମନଦୀପ ସିଂ, ଗୁରୁଜନ୍ତ ସିଂ, ଅମିତ ରୋହିଦାସ ଓ ଲଳିତ ଉପାଧ୍ୟାୟ ଗୋଟିଏ ଲେଖାଁଏ ଗୋଲ ଦେଇଥିଲେ । ପୂର୍ବରୁ ଭାରତର ମହିଳା ଟିମ କାନାଡାକୁ ପରାସ୍ତ କରି ସେମିରେ ପ୍ରବେଶ କରିଛି ।
ଜୁଡୋ, ବକ୍ସିଂରେ ନିଶ୍ଚିତ ହେଲା ୨ ପଦକ: ଭାରତର ତୁଳୀକା ମାନ ୭୮ କିଲୋଗ୍ରାମ ମହିଳା ଜୁଡୋର ଫାଇନାଲରେ ପ୍ରବେଶ କରିଛନ୍ତି । ସେମିଫାଇନାଲରେ ସେ ନ୍ୟୁଜିଲାଣ୍ଡର ସିଡନୀ ଆଣ୍ଡ୍ର୍ୟୁଜଙ୍କୁ ହରାଇଥିଲେ । ୪୮ କେଜି ମହିଳା ବକ୍ସିଂରେ ନୀତୁ ଘନଗାସ ସେମିରେ ପ୍ରବେଶ କରି ପଦକ ନିଶ୍ଚିତ କରିଛନ୍ତି ।
BREAKING NEWS
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ

Comments are closed.