Latest Odisha News

BREAKING NEWS

ଚଳିତ ବର୍ଷ ପ୍ରଥମ ଥର ୪୦ ଡିଗ୍ରୀ ଟପିଲା ଭୁବନେଶ୍ବର

ଭୁବନେଶ୍ଵର: ରାଜ୍ୟରେ ରେକର୍ଡ ଭାଙ୍ଗୁଛି ତାପମାତ୍ରା । ଆଜି ୫ ସହରର ପାରଦ ୪୦ ଡିଗ୍ରୀ ଟପିଛି । ତେବେ ଚଳିତ ବର୍ଷ ପ୍ରଥମ ଥର ୪୦ ଡିଗ୍ରୀ ଟପିଲା ଭୁବନେଶ୍ବର ତାପମାତ୍ରା । ରାଜଧାନୀ ଭୁବନେଶ୍ବର ତାପମାତ୍ରା ୪୦.୨ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ୪୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଅନ୍ୟପଟେ ସମ୍ବଲପୁର ୪୧.୬, ହୀରାକୁଦ ୪୧.୨, ରାଉରକେଲା ଓ ଚାନ୍ଦବାଲି ୪୦.୪ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱର ୩୯, କେନ୍ଦୁଝର ୩୮.୧ ଡିଗ୍ରୀ ରେକର୍ଡ ହୋଇଛି ।

ଆସନ୍ତା ୩ ଦିନ ଯାଏଁ ହିଟ ୱେଭ ଜାରି କରିଛି ପାଣିପାଗ ବିଭାଗ । କିଛି ଜିଲ୍ଲାରେ ୪୨ ଡିଗ୍ରୀ ଅତିକ୍ରମ କରିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳ ଖରାକୁ ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ । ସେପଟେ ୨ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଆଦ୍ରତାର ପରିମାଣ ବୃଦ୍ଧି ସହ ବାୟୁର ଦିଶା ପରିବର୍ତନ କୁ ନେଇ ୨ କିମ୍ବା ୩ ତାରିଖ ବେଳକୁ ଉତ୍ତର ଆଭ୍ୟନ୍ତରିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Comments are closed.