Latest Odisha News

BREAKING NEWS

ରାଜ୍ୟର ୧୦ଟି ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୦ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ନେଇ ସୋମବାର ଦିନ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୁନ୍ଦରଗଡ଼, ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସକାଳ ପ୍ରାୟ ୧୦ଟା ସମୟରୁ ଦ୍ୱିପ୍ରହର ୨ଟା ଯାଏଁ ମଧ୍ୟମଧରଣର ବର୍ଷା ହେବାର ଆଶଙ୍କା ରହିଛି ।

ଏହି ସମୟ ମଧ୍ୟରେ ଲୋକମାନଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି ।

ଆହୁରି ମଧ୍ୟ ମାର୍ଚ୍ଚ ୨୨ ତାରିଖ ତଥା ଆଗାମୀ ୫ ଦିନ ଯାଏଁ ରାଜ୍ୟର କିଛି ସ୍ଥାନରେ ବର୍ଷା ସହ ଘଡଘଡି ହେବାନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave A Reply

Your email address will not be published.