Latest Odisha News

ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ, ଆଜିଠୁ ଏସବୁ ଜିଲ୍ଲାରେ ଛେଚିବ

ଭୁବନେଶ୍ୱର: ଆନ୍ଧ୍ର ଉପକୂଳ ସଂଲଗ୍ନ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେଇପାରେ । ଏହାପରେ ପ୍ରଭାବରେ ରାଜ୍ୟରେ ଆରମ୍ଭ ହୋଇଛି ବର୍ଷା । ଭୁବନେଶ୍ୱର ସମେତ ରାଜ୍ୟର କିଛି ସ୍ଥାନରେ ଝିପିଝିପି ବର୍ଷା ଚାଲିଛି ।

ଆଜିଠୁ ୫ଟି ଜିଲ୍ଲା ଜଗତସିଂହପୁର, କଟକ, ପୁରୀ, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଜାରି ହୋଇଛି ଅରେଞ୍ଜ ଓ୍ୱାର୍ଣ୍ଣିଂ । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷିପାରେ ।

ସେହିପରି ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟର ୧୦ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ଗଞ୍ଜାମ, ଅନୁଗୋଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଖୋର୍ଦ୍ଧା । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବ । ୩ ତାରିଖରେ ବର୍ଷା ପରିମାଣ ସାମାନ୍ୟ କମିବାକୁ ଥିବାବେଳେ ୪ ଓ ୫ ତାରିଖରେ ପୁଣି ବର୍ଷା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ପାଇଁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଅରେଞ୍ଜ ଓ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବା ପାଇଁ କୁହାଯାଇଛି ।

Leave A Reply

Your email address will not be published.